ରାଶିଫଳ

9 ନଭେମ୍ବର 2018 ଶୁକ୍ରବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ।

ବୃଷ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ।  କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ।

ମିଥୁନ:-

ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ।  ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ। ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ।

କର୍କଟ:-

ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ଆୟରସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ।

କନ୍ୟା:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ।

ତୁଳା:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମରେ ଅସନ୍ତୋଷ, ମାନସିକଦୁଶ୍ଚିନ୍ତା, ପୁରାତନରୋଗର ପ୍ରକୋପ ସହିତ ଉଦରପୀଡ଼ା ଦେଖାଦେବ। ପରିବାରରେ ବ୍ୟୟବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବ୍ୟବସାୟରେ ଲାଭ  ହେଲେମଧ୍ୟ ଶତୃ ଦେଖାଦେବେ। ମହିଳାମାନେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ।

ବିଛା:-

ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି ରହିବ। ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ।

ଧନୁ:-

ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପାରିବାରିକକ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ।

ମକର:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ।

କୁମ୍ଭ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ। ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ। ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ। ମନକୁଆଘାତ ଲାଗିଲାପରି କଥା ଶୁଣିବେ। ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ। ଶରୀର ଭଲ ରହିବନାହିଁ। ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ।

ମୀନ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button