ଓଡିଶା

ଭୁବନେଶ୍ୱରରେ ଭସାଣି ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା।

ଭୁବନେଶ୍ବର: ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା। ରାଜଧାନୀ ଏବେ ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି। ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ ହୋଇଛି। ଏଣେ ଭସାଣି ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ଭୁବନେଶ୍ୱର ଲାଗି ଜାରି ହୋଇଛି ଟ୍ରାଫିକ୍ କଟକଣା। ଭସାଣି ପାଇଁ କଟକଣା ଜାରି ହୋଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଟ୍ରାଫିକ ଡିସିପି ତାପସ ଦାସ।

ତାଙ୍କର ସୂଚନା ଅନୁଯାୟୀ, ଦିନ ୩ଟାରୁ ଭସାଣି ଶେଷ ହେବା ଯାଏଁ କଟକଣା ବଳବତ୍ତର ରହିବ। ମେଢଗୁଡ଼ିକ ଯିବାକୁ ଥିବା ମୁଖ୍ୟ ରାସ୍ତା ପାଇଁ ଟ୍ରାଫିକ ପକ୍ଷରୁ ଏଭଳି କଟକଣା ଜାରି ହୋଇଛି। ଭସାଣି ଶେଷ ଯାଏଁ ବାଣୀବିହାର-ରାଜମହଲ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିବ। ଖୋର୍ଦ୍ଧା ପଟୁ ଆସୁଥିବା ଗାଡ଼ି ସିଆରପି ଛକରୁ ଆଗକୁ ଆସିବ ନାହିଁ।

ସିଆରପିରୁ ଏକାମ୍ର ଦେଇ ଜୟଦେବ ବିହାର ଦେଇ ଯାଇପାରିବେ ଯାତ୍ରୀ। ସେହିପରି ଭସାଣି ସମୟରେ କିଟରୁ ଜାଭିୟର ପର୍ଯ୍ୟନ୍ତ ରାସ୍ତା ମଧ୍ୟ ବନ୍ଦ ରହିବ। ଭସାଣି ସମୟରେ ଯେପରି ଅସୁବିଧା ନ ହୁଏ ସେଥିଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button