ଜୀବନଶୈଳୀ

ରବି ଚଳିଲେ ବୃଷ ରାଶିକୁ ଏହି ଚାରୋଟି ରାଶିର ବ୍ୟକ୍ତି ହୋଇଯିବେ ମାଲାମାଲ – ଆପଣଙ୍କ ରାଶି ନାହିଁ ତ?

ରବିଙ୍କର ବୃଷ ରାଶିକୁ ଚଳନ ଫଳରେ ଏହି 4ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅତ୍ୟନ୍ତ ଶୁଭଫଳ । କର୍ମ ବ୍ୟବସାୟରେ ଉନ୍ନତି ସହ ଆହୁରି ମଧ୍ୟ ଅନେକ ଖୁସି ଖବର । ତେବେ ଚଲାନ୍ତୁ ଜାଣିବା ସେହି ସବୁ ରାଶି ବିଷୟରେ ଯେଉଁମାନେ ଏହି ରବିଙ୍କ ଚଳନ ଫଳରେ ଅତ୍ୟନ୍ତ ଶୁଭ ଫଳ ପାଇବେ । ବାକି ସମସ୍ତ ରାଶି ପାଇଁ ରବି ଚଳନରେ ଅଳ୍ପ ବହୁତ ସମସ୍ଯା ଥିବାରୁ ସେମାନେ ପରିତିକାର କରାଇନେବା ନିଶ୍ଚିନ୍ତ ଆବଶ୍ୟକ। ଚାଲନ୍ତୁ ଜାଣିବା ସେହି 4ଟି ରାଶି ବିଷୟରେ-

କର୍କଟ:-  

ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:-  

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ। ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ। ଦୂରଯାତ୍ରା କରିବେ। ଋଣରୁ ମୁକ୍ତି ମିଳିବ। ମହିଳାମାନେ ପରିବାରକୁ ସଜାଡ଼ି ନେବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:- 

ପୁରାତନ ରୋଗରୁ ଉପସମ ପାଇବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ, ନୂତନ ଜାଗା, ଜମି, ଗୃହ ଓ ଯାନବାହାନ କିଣି ପାରିବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇ ପାରନ୍ତି। ବ୍ୟବସାୟରେ ସମ୍ପର୍କୀୟ ବ୍ୟକ୍ତି ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ। କଠିନ  ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-  

ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବ୍ୟବଶାୟୀ ମାନଙ୍କର ଲାଭ ଲାଗି ରହିବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। ପୁରୁଣା ରୋଗରୁ ଉପସମ ମିଳିବ। ରାଜନୈତିକ କ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେକୃତକାର୍ଯ୍ୟ ହେବେ ମନ ଉଣାହୋଇ ପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button