ରାଶିଫଳ

ରବି ଚଳିଲେ କର୍କଟ ରାଶିକୁ ଏହି ୪ଟି ରାଶିର ବ୍ୟକ୍ତି ଅତ୍ୟନ୍ତ ଶୁଭ ଫଳ ପାଇବେ, ଅନ୍ୟ ରାଶି ରୁହନ୍ତୁ ସତର୍କ

ରବି ଚଳିଲେ କର୍କଟ ରାଶିକୁ, ପ୍ରତ୍ୟକ ମାସ ସଙ୍କ୍ରାନ୍ତି କୁ ସଙ୍କ୍ରାନ୍ତି ରବି ଗୋଟେ ରାଶି ରୁ ଆଉ ଗିତେ ରାଶିକୁ ଚଳନ କରନ୍ତି ଯାହା ଫଳରେ ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଥାଏ । ତେବେ ଏହି ମାସରେ ମଧ୍ୟ ରବି ଙ୍କ ଚଳନ ରେ ପରିବର୍ତନ ହୋଇଛି । ରବି ମିଥୁନ ରାଶିକୁ ତ୍ୟାଗ କରି କର୍କଟ ରାଶିକୁ ଚଳି ଛନ୍ତି । ବର୍ତମାନ ଗୋଟେ ମାସ ପର୍ଯ୍ୟନ୍ତ ଆରବିଆଇ ସେହିଠାରେ ହିଁ ରହି ଶଂସ୍ୟ ରାଶି ଉପରେ କିଛି ନା କିଛି ପ୍ରଭାବ ପକାଇବେ । ତେବେ ଆସନ୍ତୁ ଜାଣିବା ଏଥର ରବି ଚଳିବା ଦ୍ଵାରା କେଉଁ ରାଶି ଉପରେ କି ପ୍ରଭାବ ପଡୁଛି ।

ବୃଷ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ। ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧିହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ  ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବା ସହ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। କର୍ମ ପାଇଁ ଚେଷ୍ଟା କରୁଥିଲେ  ସହଜ ସରଳରେ କର୍ମ ନିଯୁକ୍ତି ପାଇବେ ବା ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମସନ୍ଧିତ୍ସୁ ମାନେ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି।  ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ତୁଳା:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।  ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button