ଓଡିଶା

ପାଟଣାଗଡ଼ରେ ଜାଳିଦେଲେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି, କିଏ ଓ କାହିଁକି ନିଆଁ ଲଗାଇଲା ଅସ୍ପଷ୍ଟ

ବଲାଙ୍ଗୀର : ପ୍ରବାଦ ପୁରୁଷଙ୍କୁ ଅସମ୍ମାନ । ବଲାଙ୍ଗୀର ପାଟଣାଗଡ଼ରେ ଜାଳିଦେଲେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି । ପ୍ରତିମୂର୍ତ୍ତି ସ୍ଥାପନ ନେଇ ବିବାଦ ଥିବା ବେଳେ ଏବେ କେହି ଦୁର୍ବୃତ୍ତ ଏଥିରେ ନିଆଁ ଲଗାଇ ପ୍ରତିମୂର୍ତ୍ତିକୁ ଜାଳି ଦେଇଛି ।  ତେବେ ବିବାଦୀୟ ସ୍ଥାନ ପର୍ଶୁରାମ ଛକରେ ମୂର୍ତ୍ତି ସ୍ଥାପନ ନେଇ ପୂର୍ବରୁ ବିରୋଧ ହୋଇ ଆସୁଥିଲା ।  ପ୍ରଶାସନର ନିର୍ଦ୍ଦେଶରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଜରି ଗୁଡାହୋଇ ରଖାଯାଇଥିଲା । ହେଲେ ଏବେ କେହି ଦୁର୍ବୃତ୍ତ ସକାଳୁ ପ୍ରତିମୂର୍ତ୍ତିକୁ ଜାଳି ଦେଇଥିବା ଦେଖିବାକୁ ମିଳିଥିଲା ।  କିଏ ଓ କାହିଁକି ନିଆଁ ଲଗାଇଲା କାରଣ ଅସ୍ପଷ୍ଟ ରହିଛି ।

ସେପଟେ ବିଜୁ ପ୍ରତିମୂର୍ତ୍ତି ଜଳିଯିବା ପରେ ପାଟଣାଗଡ ଏନ୍ଏସି ପକ୍ଷରୁ ତୁରନ୍ତ ଜାଳି ଦେଇଥିବା ପ୍ରତିମୂର୍ତ୍ତିକୁ ସଫେଇ କରାଯାଉଛି । ତେବେ ଘଟଣାରେ କାହାର ସମ୍ପୃକ୍ତି ରହିଛି । କିଏ ଓ କାହିଁକି ନିଆଁ ଲଗାଇଲା ସେ ନେଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ସିସିଟିଭି ଆଧାରରେ ଦୁର୍ବୃତ୍ତକୁ ଧରିବାପାଇଁ ପ୍ରୟାସ ଜାରି ରଖିଛି ପାଟଣାଗଡ଼ ପୋଲିସ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button