ଦେଶ ବିଦେଶ

ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର

ପୁଣି ମହଙ୍ଗା ମାଡ଼। ବଢ଼ିଲା ଗ୍ୟାସ୍ ସିଲିଣ୍ଡର ଦର। ପ୍ରତି ମାସର ପହିଲାରେ ଗ୍ୟାସ୍ ସିଲିଣ୍ଡର ଦରରେ ପରିବର୍ତ୍ତନ ହୁଏ। ଅକ୍ଟୋବର ୧ ତାରିଖରେ ମଧ୍ୟ ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍ ଯୁକ୍ତ କମର୍ସିଆଲା ଏଲପିଜି ସିଲିଣ୍ଡରର ଦାମ୍ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି।ଅଏଲ୍ର ଅଫିସିଆଲ୍ ୱେବସାଇଟ୍ ଅନୁଯାୟୀ, ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ବର୍ଦ୍ଧିତ ଦର ଲାଗୁ ହେବା ପରେ ମୁମ୍ବାଇରେ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଉପଲବ୍ଧ ହେବ।

କମର୍ସିଆଲ ଗ୍ୟାସ୍ ସିଲିଣ୍ଡରା ଦାମ ବଢ଼ିବା ଯୋଗୁ ରେଷ୍ଟୁରାଣ୍ଟ, ହୋଟେଲ, ଢ଼ାବାରେ ଖାଇବା ମହଙ୍ଗା ହେବ। କମର୍ସିଆଲ ଏଲପିଜି ଗ୍ୟାସ୍ ସିଲିଣ୍ଡରଗୁଡିକ ଏହି ସ୍ଥାନଗୁଡିକରେ ସ୍ୱତନ୍ତ୍ର ଭାବରେ ବ୍ୟବହୃତ ହୁଏ।

ଏହାପୂର୍ବରୁ ସେପ୍ଟେମ୍ବର ମାସରେ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ଦର ପ୍ରାୟ ୩୯ ଟଙ୍କା ବୃଦ୍ଧି ପାଇଥିଲା। ସେହିପରି ଅଗଷ୍ଟ ମାସରେ ୮ରୁ ୯ ଟଙ୍କା ବୃଦ୍ଧି ପାଇଥିଲା। ତେବେ ଘରୋଇ ଏଲପିଜି ଗ୍ୟାସ ସିଲିଣ୍ଡର ମୂଲ୍ୟରେ କମ୍ପାନୀଗୁଡ଼ିକ କୌଣସି ପରିବର୍ତ୍ତନ କରିନାହାଁନ୍ତି। ପୂର୍ବ ପରି ଏହା ୮୩୦ ଟଙ୍କାରେ ଉପଲବ୍ଧ ହେବ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button