ଓଡିଶା

ଆଜି ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ, ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର : ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ । ଆଜି ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ଅନ୍ତିମ ଦର୍ଶନ କରିଥିଲେ ବହୁ ଶୁଭେଚ୍ଛୁ ଓ ପ୍ରଶଂସକ । ଗତକାଲି ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ପୁଅ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନର ଶେଷନିଶ୍ବାସ ତ୍ୟାଗ କରିଥିଲେ ।

ଗତକିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ଅସୁସ୍ଥ ଥିଲେ। ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିଲେ ଦେବେନ୍ଦ୍ର ପ୍ରଧାନ। ତାଙ୍କ ଦେହାନ୍ତ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧର୍ମେନ୍ଦ୍ରଙ୍କ ବାସଭବନ ଯାଇ ମରଶରୀରରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ବିଜେପି ସଭାପତି ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ରଙ୍କ ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ଖବର ପାଇ ଓଡ଼ିଶା ବିଜେପି ଶିବିରରେ ଶୋକର ଛାୟା ଖେଳିଯାଇଛି। .

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button