ସ୍ୱାସ୍ଥ୍ୟ

କଳାହାଣ୍ଡି ଜିଲ୍ଲାରେ ଥମୁନି ଡାଇରିଆ ଆତଙ୍କ ଗାଁରୁ ଗାଁରୁ ବ୍ୟାପୁଛି, ଜୟନ୍ତପୁରରେ ୫ ଆକ୍ରାନ୍ତ

ଭବାନୀପାଟଣା – କଲାହାଣ୍ଡି ଜିଲ୍ଲାରେ ଥମୁନି ଡାଇରିଆ ଆତଙ୍କ । ପଂଚାୟତରୁ ପଂଚାୟତ ଗାଁକୁ ଗାଁ ଡାଇରିଆ ବ୍ୟାପୁଛି । ଆକ୍ରାନ୍ତଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଏବେ ଜିଲ୍ଲାର ଜୟନ୍ତପୁର ଗାଁରେ ଡାଇରିଆରେ ୫ ରୁ ଅଧିକ ଜଣ ଆକ୍ରାନ୍ତ ହୋଇଛନ୍ତି । ଆଦିବାସୀ ଅଧ୍ୟୁଷିତ ଅଂଚଳରେ ଲୋକେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ବିଶୁଦ୍ଧ ପାନୀୟ ଜଳର ସମସ୍ୟା ଓ ଜନ ସଚେତନତା ଅଭାବରୁ ଲୋକେ ଏହି ରୋଗରେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି । ଜିଲ୍ଲାରେ ଗତ ଗୋଟିଏ ମାସ ହେବ ଡାଇରିଆ ଆତଙ୍କ ଦେଖାଦେଇଛି । ଡାଇରିଆ ଯୋଗୁ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ଏବେ ମଧ୍ୟ ଅନେକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଜିଲ୍ଲା ଧର୍ମଗଡ ବ୍ଲକ ଅନ୍ତର୍ଗତ ଜୟନ୍ତପୁର ଗାଁରେ ଡାଇରିଆ ବ୍ୟାପି ଥିବା ଜଣାପଡିଛି ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି । ଗାଁରେ ୫ ରୁ ଉର୍ଦ୍ଧ୍ୱ ଲୋକ ଡାଇରିଆରେ ଆକ୍ରାନ୍ତ ହୋଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କୁ ଧର୍ମଗଡ ମେଡିକାଲ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଏହି ସହିତ ଗାଁରେ ମେଡିକାଲ ଟିମ ପହଁଚି ଘରକୁ ଘର ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଗାଁରେ ଥିବା ନଳକୂପ ଗୁଡିକରୁ ନମୁନା ସଂଗ୍ରହ କରାଯାଇଥିବା ଜଣାପଡିଛି । ସେପଟେ ପୂର୍ବରୁ ଜିଲ୍ଲାର ଥୁ.ରାମପୁର, ଲାଂଜିଗଡ, ମ.ରାମପୁର ଅଂଚଳରେ ଡାଇରିଆ ସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ସରକାରୀ ତଥ୍ୟ ଅନୁସାରେ ଜିଲ୍ଲାରେ ବିଗତ ଏକ ମାସ ୭୧ରୁ ଅଧିକ ଡାଇରିଆରେ ଆକ୍ରାନ୍ତ ହୋଇଛନ୍ତି । ବିଭିନ୍ନ ମେଡିକାଲରେ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା । ସ୍ୱାସ୍ଥ୍ୟ ବିଭାଗର ଟିମ୍ ପ୍ରତି ଦିନ ଗାଁ ବୁଲୁଛନ୍ତି ଏବଂ କ୍ୟାମ୍ପ ବ୍ୟବସ୍ଥା ମଧ୍ୟ କରାଯାଇଛି । ବିଶେଷ ଭାବରେ ଉକ୍ତ ଗ୍ରାମମାନଙ୍କରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି । କେତେକ ଲୋକ ଝରଣା ପାଣି ବ୍ୟବହାର କରୁଛନ୍ତି । ଯାହା ଫଳରେ ଝାଡାବାନ୍ତି ରୋଗରେ ଆକ୍ରାନ୍ତ ହେଉଛନ୍ତି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button