କ୍ରାଇମ

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା: ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ ରୁକ୍ମିଣୀ ସାହୁଙ୍କ ମୃତ୍ୟୁ ହୋଇଛି । ସ୍ବାମୀ ଛବିଲାଲ ସାହୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।

ସୂଚନା ଅନୁସାରେ ଆଜି ସକାଳ ପ୍ରାୟ ୯ଟାରେ କୋମନା ଥାନା ରେଙ୍ଗାବାହାଲ ଗାଁର ଛବିଲାଲ ଓ ସ୍ତ୍ରୀ ରୁକ୍ମଣୀ ଏକ ବାଇକ (ଓଡ଼ି ୨୬ ଏ ୯୭୨୭)ରେ ଖରିଆରରୋଡ଼ ପଟେ ଯାଉଥିଲେ । ନୂଆପଡ଼ା ଏକତା ଛକରେ ଟ୍ରାଫିକ ସିଗନାଲ ଅତିକ୍ରମ କରିବାବେଳେ ଏକ ଟ୍ରକ ବାଇକକୁ ଧକ୍କା ଦେଇଥିଲା । ସେଠି ରୁକ୍ମଣୀଙ୍କ ମୁଣ୍ଡରେ ଟ୍ରକ ଚଢି ଯାଇ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ନୂଆପଡ଼ା ଆଇଆଇସି ଗଙ୍ଗାଧର ମେହେର ଘଟଣା ସ୍ଥଳରେ ପହଞ୍ଚି ଛବିଲାଲଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ପରେ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି l

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button