ଓଡିଶା

ଆଜି ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ, ଘୋଷଣା ହୋଇ ପାରେ କେବେ ଖୋଲିବ…

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ। ନୂତନ ଭାବରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ଆଜି ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ।

ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ବାରମ୍ବାର ସୂଚନା ଆସୁଥିବା ବେଳେ ଏହାକୁ ଖୋଲିବା ନିହାତି ଗୁରୁତ୍ବପୁର୍ଣ୍ଣ ବୋଲି ଗଜପତି ମହାରାଜ କହିଥିଲେ । ତେବେ ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରିବେ। କେଉଁ ଦିନ ଏବଂ କିଭଳି ଭାବରେ ରତ୍ନ ଭଣ୍ଡାର ଖୋଲିବ ତାର ରୋଡ଼ ମ୍ୟାପ ପ୍ରସ୍ତୁତ କରାଯିବ । ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ।

ବିଜେଡି ସରକାର ସମୟରେ ଯେଉଁ କମିଟି ଗଠିତ ହୋଇଥିଲା ନୂତନ ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବେ ।

ନୂଆ କମିଟିରେ ଡାକ୍ତର ସିବିକେ ମହାନ୍ତି, ଚାଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍ ପ୍ରକାଶ ମିଶ୍ର, ସ୍ୱାମୀ ପ୍ରଜ୍ଞାନନ୍ଦ ଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ପ୍ରତ୍ନତତ୍ତ୍ୱ ବିଭାଗର ପ୍ରତିନିଧି, ମଧୁସୂଦନ ସିଂଘାରୀ, ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button