ବ୍ୟବସାୟ

ଆଜିର ସୁନା-ରୁପା ଦାମ କ’ଣ ଅଛି ଆପଣଙ୍କ ସହରରେ, ଜାଣନ୍ତୁ – Utkal Mail


ଆଜି କିଛି ସହରରେ ବଢିଥିବା ବେଳେ କିଛି ସହରରେ କମିଛି ସୁନା-ରୁପା ଦାମ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।

କେନ୍ୟୁଜ୍(ବ୍ୟୁରୋ): ଆଜି କିଛି ସହରରେ ବଢିଥିବା ବେଳେ କିଛି ସହରରେ କମିଛି ସୁନା-ରୁପା ଦାମ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୪୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୨୦୦ ଟଙ୍କା ଟଙ୍କା ଓ ୬୦,୨୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୨୦୦ ଟଙ୍କା ଓ ୬୦,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୩୫୦ଟଙ୍କା ଓ ୬୦,୩୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୦୫୦ ଟଙ୍କା ଓ ୬୦,୦୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୮୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button