କ୍ରାଇମ

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ ମଧ୍ୟରୁ ୫ ଜଣଙ୍କ ନାଁରେ ଚାର୍ଜଫ୍ରେମ କରାଯାଇଛି। ବ୍ରହ୍ମପୁର ଏଡିଜେ କୋର୍ଟ-୨ରେ ଚାର୍ଜଫ୍ରେମ ହୋଇଛି। ଆସନ୍ତା ୧୮ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗତ ୧୫ ଜୁନ ତାରିଖ ଅପରାହ୍ନରେ ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନରତ ଜଣେ ଛାତ୍ରୀ ନିଜ ପୁରୁଷବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଆସିଥିବା ସମୟରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ। ବିଡିଏ ଅଧୀନରେ ରହିଥିବା କାଠ ପୋଲ ବୁଲିବାକୁ ଯାଇଥିବାବେଳେ ପ୍ରାୟ ସନ୍ଧ୍ୟା ୭ଟା ବେଳେ ହିଞ୍ଜିଳିକାଟୁ ସମେତ ଅନ୍ୟାନ୍ୟ ଅଞ୍ଚଳର ୧୦ ଜଣ ଯୁବକ ୩ଟି ମୋଟରସାଇକେଲରେ ଆସି ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ। ପୁରୁଷବନ୍ଧୁ ସେମାନଙ୍କୁ ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ମାଡ଼ ମାରି ବାନ୍ଧିଦେବା ସହିତ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ। ସେହିଦିନ ରାତି ୧୧ଟାରେ ପୀଡ଼ିତା ଯୁବତୀ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ ‌। ଏହା ପରେ ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button