ବ୍ୟବସାୟ

ସୁନା ଓ ରୁପା ଦରରେ ସାମନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୦,୩୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୯,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୦,୩୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୯,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୦,୪୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୯,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୧,୨୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୦,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୦,୩୧୦ ଓ ୧,୧୯,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୯,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button