ବ୍ୟବସାୟ

ଆଜିର ତାଜା ଅପଡେଟ୍‌ , କମିଲା ପେଟ୍ରୋଲ ଓ ଡିଜେଲ ଦର

ଆଜିର ତାଜା ଅପଡେଟ୍‌ , କମିଲା ପେଟ୍ରୋଲ ଓ ଡିଜେଲ ଦର

ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ଦାମରେ ପରିବର୍ତନ ହୋଇଥାଏ। ଆଜି ବି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ଗତକାଲି ଅପେକ୍ଷା ଦର ହ୍ରାସ ପାଇଛି। ତେବେ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ବଢ଼ି ୯୪ ଟଙ୍କା ୭୬ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ। ତେବେ ପ୍ରତ୍ୟେକଦିନ ଆପଣଙ୍କୁ ଏହାର ମୂଲ୍ୟ ଜାଣିବା ଦରକାର୍।

 

Related Articles

Leave a Reply

Your email address will not be published. Required fields are marked *

Back to top button