ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟରେ ଝଗଡ଼ା ଓ ଯାତ୍ରାରେ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼ିପାରେ।

ବୃଷ : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

ମିଥୁନ : କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଆରୋଗ୍ୟଲାଭ, ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।

କର୍କଟ : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

ସି˚ହ : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

କନ୍ୟା : ଆଜି ଅର୍ଥସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନଶିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ତୁଳା : ଆଜି କର୍ମକ୍ଷେତ୍ରରେ ଅସୁବିଧା ଅନୁଭବରୁ ଟେନ୍‌ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ। ଅଶ୍ଳେଷା ନକ୍ଷତ୍ରର କୌଣସି ଆମତ୍ମିୟଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ।

ବିଛା : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ।ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ।

ଧନୁ : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

ମକର : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।

କୁମ୍ଭ : ଆଜି ଆପଣ ନିଜର କାର୍ଯ୍ୟପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

ମୀନ : ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସୀ ଅପରାହ୍ନକୁ ରହି ନ ପାରେ। ସଭାସମିତିରେ ସମ୍ମାନ୍‌ନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇପାରିବେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button