କରୋନା

୨୪ ଘଣ୍ଟାରେ ଓଡ଼ିଶାରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button