ଓଡିଶା

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ଡକ୍ଟର ହରିବାବୁ କମ୍ଭମପତି

ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଆଜି ଶପଥ ଗ୍ରହଣ କଲେ ଡକ୍ଟର ହରିବାବୁ କମ୍ଭମପତି । ରାଜଭବନର ନୂଆ ଅଭିଷେକ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ଥିଲେ। ଏହାଛଡ଼ା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଏଥିରେ ଉପସ୍ଥିତ ଥିଲେ।

ଗତକାଲି ସନ୍ଧ୍ୟାରେ ଶ୍ରୀ କମ୍ଭମପତି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ମା’ ବିମଳା, ମହାଲକ୍ଷ୍ମୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button