ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
ମେଷ : ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।
ମିଥୁନ : ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ । ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହେବେ । ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।
କର୍କଟ: ଆଜି ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ । କର୍ମକ୍ଷେତ୍ରରେ ପୂର୍ବ ସମସ୍ୟା ଦୂର ହୋଇଯିବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ସିଂହ : ନିଜର ଭୁଲ କାର୍ଯ୍ୟକୁ ନେଇ କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି। ପରିବାରରେ ମତଭେଦ ହେବା ଦ୍ୱାରା ମାନସିକ ଅଶାନ୍ତି ପାଇବେ । ବନ୍ଧୁଙ୍କ ସାହାଯ୍ୟ ପାଇ ପରିସ୍ଥିତିକୁ ମୁକାବିଲା କରିପାରିବେ।
କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମାନସମ୍ମାନ ବୃଦ୍ଧି ପାଇବ। ରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଅପରାହ୍ନରେ କୌଣସି ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ।
ତୁଳା: ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।
ବିଛା : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।
ଧନୁ : ଆଜି ଆପଣ ନିଜର କାର୍ଯ୍ୟପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।
ମକର : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।
କୁମ୍ଭ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
ମୀନ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।