ରାଶିଫଳ

କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ ମନରେ ସକାରାତ୍ମକ ଭାବନା ଆସିବ। ସାଥୀଙ୍କୁ ମନର କଥା କହିପାରନ୍ତି। ଆର୍ଥିକ ପକ୍ଷ ସୁଦୃଢ଼ ରହିବ। ବିବାହିତଙ୍କ ଲାଗି ଭଲ ଦିନଟିଏ। ଛାତ୍ରଛାତ୍ରୀ ପାଠ ପଢାରେ ମନଯୋଗ ଦେବେ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ ।

ବୃଷ : ଅଧିକାଂଶ ମାମଲାରେ ନିଜକୁ ଭାଗ୍ୟଶାଳୀ ମନେ କରିବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସଫଳତା ମିଳିବ। ବ୍ୟବସାୟରେ ବକେୟା ଅର୍ଥ ପାଇପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ମିଥୁନ : ଅଫିସରେ ଆପଣଙ୍କ କାମର ବୋଝ କମ୍ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀଙ୍କ ପାଇଁ କୌଣସି ମୂଲ୍ୟବାନ ବସ୍ତୁ କିଣି ପାରନ୍ତି। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ, ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ ।

କର୍କଟ : ଆତ୍ମବିଶ୍ବାସ ଓ ଆଶାରେ ପୂର୍ଣ୍ଣ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। କାହାରିକୁ ଧାର ଦିଅନ୍ତୁ ନାହିଁ। ପ୍ରେମୀଯୁଗଳ ପରସ୍ପର ଲାଗି କିଛି ବିଶେଷ କରିବେ। ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି ।

ସିଂହ : ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ଆର୍ଥିକ ଅଭିବୃଦ୍ଧି ଘଟିବ। ଭବିଷ୍ୟତ ଯୋଜନାରେ ନିବେଶ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ।

କନ୍ୟା : ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ।

ତୁଳା : ଘରୋଇ ଖର୍ଚ୍ଚ କମ୍ ହେବ। ଶିକ୍ଷକଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ଘରୋଇ କମ୍ପାନୀରେ ଚାକିରି କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ। ଜାଗା,ଜମି ଓ ଗୃହ ଉପକରଣ କ୍ରୟ କରି ପାରନ୍ତି।

ବିଛା : ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ। ଶତ୍ରୁମାନେ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣ ସେତେ ଲାଭ ପାଇବେ। ମାଲିମକଦ୍ଦମା,ଜମିଜମା ସମସ୍ୟା ଦୂର ହୋଇଯିବ ।

ଧନୁ : କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର ବିମର୍ଶ କରିନିଅନ୍ତୁ। କାରବାରରେ ଉତ୍‍ଥାନ ପତନ ଲାଗିରହିବ। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର : ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ।

କୁମ୍ଭ : ଜରୁରୀ କାମ ନିର୍ଦ୍ଧାରିତ ସମୟରେ ଶେଷ ହେବ। ଜମି ଦଲାଲଙ୍କୁ ଯଥେଷ୍ଟ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ।

ମୀନ : ମାନସିକ ରୂପେ ସୁସ୍ଥ ରହିବେ। କୌଣସି ଶୁଭ ଖବର ମିଳିବ। ଶତ୍ରୁମାନେ ଦବି ରହିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କିଛି ନୂଆ ସୁଯୋଗ ପାଇବେ। ପିଲାମାନଙ୍କୁ କେନ୍ଦ୍ରକରି ହଠାତ୍ କୋଣସି ଘଟଣା ମନକୁ ବିବ୍ରତ କରିପାରେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button