ଓଡିଶା
ଗଞ୍ଜାମ ଦୁର୍ଘଟଣାରେ ଦୁଃଖ ବ୍ୟକ୍ତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ : ଗଂଞ୍ଜାମରେ ହୋଇଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ମାମଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।