ଓଡିଶା

Heavy Rain Alert: ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ତିନି ଦିନ ବର୍ଷା ଲାଗି ରହିବ। ସକାଳ ୫ଟା ୩୦ରେ ଲଘୁଚାପ ସୃଷ୍ଟି ହୋଇଛି ।

ଆଜି ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏହାସହ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଆହୁରି ବଢ଼ିବ। ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୧୬ରୁ ୧୮ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ମଧ୍ୟ ସତର୍କ କରାଯାଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button