ଓଡିଶା

ବଡଦାଣ୍ଡରେ ରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଦେଶର ପ୍ରଥମ ନାଗରିକ  ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜ୍ୟବ୍ୟାପୀ ଆନନ୍ଦର ମାହୋଲ।

୧୦ଟା୫୦ରେ ଏକ  ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ।  ତାଙ୍କୁ ସ୍ୱାଗତ ଜଣାଇବାକୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଭିନ୍ନ ଦଳର ନେତା ତଥା ବରିଷ୍ଠ ଅଧିକାରୀଙ୍କ ବିମାନ ବନ୍ଦରରେ ଦେଖିବାକୁ ମିଳିଥିଲା ଗହଳି। ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।

ଭୁବନେଶ୍ୱର ବିମାନବନ୍ଦରରୁ ସିଧା ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଅଭିମୁଖେ ଯାତ୍ରା କରିଥିଲେ ରାଷ୍ଟ୍ରପତି ମୁର୍ମୁ। ତାଳବଣିଆ ହେଲି ପ୍ୟାଡରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର କାରରେ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଏବେ ମହାମହିମ ଶ୍ରୀଜୀଉଙ୍କ ଦର୍ଶ କରିବାକୁ ମନ୍ଦିର ମଧ୍ୟକୁ ଯାଇଛନ୍ତି। ଶ୍ରୀମନ୍ଦିର ସମ୍ମୁଖରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ତାଙ୍କୁ ସ୍ବାଗତ କରି ମନ୍ଦିର ମଧ୍ୟକୁ ପାଛୋଟି ନେଇଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button