ବ୍ୟବସାୟ

Gold Silver Price: ହୁ ହୁ ହୋଇ ବଢୁଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ମୂଲ୍ୟ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୦,୪୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୭,୧୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୦,୪୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୭,୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୦,୪୮୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୭,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୬୦,୬୩୦ ଟଙ୍କା ଓ ୨୨ କ୍ୟାରଟେ ୧,୪୭,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୬୦,୪୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୭,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୦,୪୮୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୭,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୬୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button