ଓଡିଶା

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଓଡ଼ିଶାର ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବା ବେଳେ ଅଗଷ୍ଟ ୨୭ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ରହିଛି।

ଆଜିଠୁ ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ। ଅଗଷ୍ଟ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୨୭ରେ ପ୍ରତ୍ୟାହାର କରିବାର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ସେହିପରି ସେପ୍ଟେମ୍ବର ୩ରେ ମତଦାନ ଗ୍ରହଣ କରାଯାଇ ସେହି ଦିନ ଫଳାଫଳ ଘୋଷଣା କରାଯିବ।

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ଏବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜେପିରୁ କିଏ ପ୍ରାର୍ଥୀ ହେବେ? ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ମମତା ମହାନ୍ତ ନିକଟରେ ରାଜ୍ୟସଭା ପଦ ଓ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି। ତେଣୁ ସେ ବିଜେପିରୁ ପ୍ରାର୍ଥୀ ହେବାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button