ଓଡିଶା
Drowned to death: ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ, ବୁଡ଼ି ଗଲେ ଦୁଇ ଛାତ୍ର

ନଦୀରେ ବୁଡ଼ି ୨ ଛାତ୍ର ମୃତ । ହିଞ୍ଜିଳିକାଟୁ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ହୋଇଛି । ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ନଦୀରେ ବୁଡ଼ିଗଲେ ଛାତ୍ର । ୨ ଜଣଙ୍କୁ ଉଦ୍ଧାର କଲା ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀ । ମୃତକ ଦ୍ୱୟ ହେଉଛନ୍ତି ହିଞ୍ଜିଳିକାଟୁ ପୌରାଞ୍ଚଳ ଗଜପତି ମାର୍ଗ ଅଞ୍ଚଳର ଆଦର୍ଶ ସାହୁ ଓ ଗାୟତ୍ରୀ ନଗରର ପ୍ରୀତମ ସାମେଲି । ମୃତଦେହ ଦୁଇଟିକୁ ଉଦ୍ଧାର କରାଯାଇଛି। ଡାକ୍ତରଖାନାରେ ଉଭୟଙ୍କୁ ମୃତ ଘୋଷଣା କରାଯାଇଛି।



