ରାଜନୀତି

ପଦ୍ମପୁର ଉପନିର୍ବାଚନ : ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା

ବରଗଡ଼: ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବହୁ ନେତା ଓ ସମର୍ଥକ ସେଠାରେ ଉପସ୍ଥିତ ଥିଲେ। ଛକାପଞ୍ଝା ଭିତରେ ପ୍ରଥମ ଦଳୀୟ ପ୍ରାର୍ଥୀ ଭାବେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ପ୍ରକାଶ ଥାଉକି ଆଜି ପଦ୍ମପୁର ଉପନିର୍ବାଚନର ନାମାଙ୍କନ ଦାଖଲର ଅନ୍ତିମ ଦିବସ ହୋଇଥିବା ବେଳେ ପ୍ରଥମେ ସ୍ଵାଧୀନ ପ୍ରାର୍ଥୀ ଭାବେ ଜୟନ୍ତ ଥାପା ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ପରେ ବର୍ଷା ସିଂ ବରିହା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହାପରେ ବିଜେପି ଓ କଂଗ୍ରେସର ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button