ରାଶିଫଳ

ମାର୍ଗଶିର ତୃତୀୟପାଳି ଗୁରୁବାର 28 ନଭେମ୍ବର 2019 – ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ, କର୍ମରେ ସଫଳତା

ରାଶିଫଳ ଆମ ଜୀବନ ର ଏକ ଅତ୍ୟାବଶ୍ୟକ ଅଂଶ, ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ:-

କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ ଓ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ।

ବୃଷ:-

ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ। ଛାତ୍ରଛାତ୍ରୀମାନେ ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଭ୍ରମଣପ୍ରିୟ ହେବେ।

ମିଥୁନ:-

ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ।  ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ଭାଇ ବନ୍ଧୁମାନେ କାର୍ଯ୍ୟକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।

କର୍କଟ:-

ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ। ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ।

ସିଂହ:-

ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।  ରାଜନୀତିରେ ଅଧିକ ପରିଶ୍ରମ କରିବା ଫଳରେ କୃତକାର୍ଯ୍ୟ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।

କନ୍ୟା:-

ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ।

ତୁଳା:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ। କରଜ ଭାରରୁ ମୁକ୍ତି ମିଳିବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ।

ବିଚ୍ଛା:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧା ପାଇବେ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ର ରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଖେଳ ଓ ବିଦ୍ୟାରେ ସଫଳତା ମିଳିବ। ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟ,ବାଣିଜ୍ୟରେ ଲାଭପାଇବେ।

ଧନୁ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସ୍ଥଗିତଥିବା କର୍ମଟି ଓ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପ୍ରତିଯୋଗିତା ପରୀକ୍ଷାରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ।

ମକର:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ।

କୁମ୍ଭ:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟ ରେ ସମସ୍ୟା ଦେଖାଦେବ।

ମୀନ:-

ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button