କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର – Utkal Mail
ଆଜି ଭାରତୀୟ ବଜାରରେ କମିଥିବା ବେଳେ କେତକ ସହରରେ ସାମାନ୍ୟ ବଢିଛି ସୁନା ଦର। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୭୨୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୮୨୦ ଟଙ୍କା ହୋଇଛି ।
କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ କମିଥିବା ବେଳେ କେତକ ସହରରେ ସାମାନ୍ୟ ବଢିଛି ସୁନା ଦର। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୭୨୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୮୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୪୧୦ ଟଙ୍କା ଟଙ୍କା ଓ ୬୨,୬୩୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୪୧୦ଟଙ୍କା ଓ ୬୨,୬୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୫୬୦ ଟଙ୍କା ଓ ୬୨,୭୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୪୧୦ ଟଙ୍କା ଓ ୬୨,୬୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୦,୯ ୦୦ଟଙ୍କା ରହିଥିବା ନେଇ ହୋଇଛି।