ଓଡିଶା

ବଢିବ କାଳବୈଶାଖୀ ପ୍ରକୋପ, ଆସନ୍ତା ୩ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ବଢିବ କାଳବୈଶାଖୀ ପ୍ରକୋପ। ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ। ଧୂଳିଝଡ଼ ସହ ଭୁବନେଶ୍ବରର ପ୍ରବଳ ବର୍ଷା। ରାଜଧାନୀରେ ପବନର ବେଗ ଘଣ୍ଟା ପ୍ରତି ୭୪ କିମି ରେକର୍ଡ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ବିଛିନ୍ନ ହୋଇଯାଇଥିଲା।

ଆସନ୍ତା ୩ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।

ଏହି ସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ, କୁଆପଥର ବର୍ଷା ଓ ଭାରୀ ବର୍ଷା ନେଇ ଓଡ଼ିଶା ସମେତ ୮ଟି ରାଜ୍ୟକୁ ସତର୍କ ସୂଚନା ଜାରି କରାଯାଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button