ଓଡିଶା

ଭୁବନେଶ୍ୱର ପହଞ୍ଚିଲେ ରାଷ୍ଟ୍ରପତି, ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ – Utkal Mail



ଭୁବନେଶ୍ୱର: ଭୁବନେଶ୍ୱର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ନିର୍ଦ୍ଧାରିତ ସମୟର ୨୦ ମିନିଟ ପୂର୍ବରୁ ପହଞ୍ଚିଲେ ରାଷ୍ଟ୍ରପତି। ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଜାର ସହିତ ସ୍ବାଗତ କରାଯାଇଛି।

ତେବେ ରାଷ୍ଟ୍ରପତି ବିମାନ ବନ୍ଦରରୁ ସିଧା ରାଜଭବନକୁ ଯାଇ ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟସୂଚୀ ରହିଛି। ଦୁଇ ଦିନିଆ କାର୍ଯ୍ୟକ୍ରମରେ ଆଜି ଓଡ଼ିଶା ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସୋମବାର ଦିନ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟସୂଚୀ ରହିଛି।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୧୬ ପ୍ଲାଟୁନ ପୁଲିସ ଫୋର୍ସ ସହ ୧୦୦ ଅଫିସର ମୁତୟନ ଅଛନ୍ତି। ଆସନ୍ତାକାଲି ସକାଳ ୮.୩୦ରୁ ରାଜଭବନରୁ ବାହାରି ୮.୪୦ ରେ ସ୍ଵତନ୍ତ୍ର ବିମାନରେ ପାରାଦ୍ଵୀପ ଯିବେ। ସେ ପାରାଦ୍ଵୀପରେ ପୂର୍ବାହ୍‌ଣ ୧୦ଟାରେ ଆୟୋଜନ ହେବାକୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ।




Related Articles

Leave a Reply

Your email address will not be published. Required fields are marked *

Back to top button