ଓଡିଶା

ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

President Draupadi Murmu: ଏଥର ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ୯ ତାରିଖ ଯାଏ ରହିବେ।

ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିପରି ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବେ। ୭ ତାରିଖରେ ଯିବେ ପୁରୀ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ।

ଜୁଲାଇ ୭ ତାରିଖରେ ରାଷ୍ଟ୍ରପତି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ। ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ।

ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button