ଓଡିଶା

ନାବାଳିକା ବଳାତ୍କାର ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ

ଫୁଲବାଣୀ,୨୨/୮ : ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଆଜି ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଅଭିଯୁକ୍ତକୁ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଦୋଷୀକୁ ଅଧିକ ୩ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।

ଅଭିଯୁକ୍ତ ଜଣକ ହେଲେ ସାରଙ୍ଗଡ ଥାନା ଅଞ୍ଚଳର ବିପ୍ର ଚରଣ ନାୟକ।

ସୁଚନା ଅନୁସାରେ ଗତ ୨୦୨୨ ମସିହା ଜୁନ ୧୦ ତାରିଖ ସନ୍ଧ୍ୟାରେ ନାବାଳିକା ଜଣକ ଗାଁ ରାସ୍ତାରେ ଏକୁଟିଆ ଠିଆ ହୋଇଥିଲେ। ନାବାଳିକାର ମାନସିକ ବିକୃତିର ସୁଯୋଗ ନେଇ ଅଭିଯୁକ୍ତ ତାଙ୍କୁ ଡ଼ାକି ନେଇ ପାଖ ଜଙ୍ଗଲରେ ବଳାତ୍କାର କରିଥିଲା। ଗ୍ରାମର ଜଣେ ମହିଳା ଏହା ଦେଖି ପାଟି କରିବାରୁ ଅଭିଯୁକ୍ତ ସେଠାରୁ ଦୌଡି ପଳାଇ ଯାଇ ଥିଲା। ନାବାଳିକାର ବାପା ଝିଅ ପାଖରୁ ସମସ୍ତ ଘଟଣା ଶୁଣି ସାରଙ୍ଗଡ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନାରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଆଜି ଏହି ମାମଲାର ଶୁଣାଣୀ କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ୧୯ ଜଣ ସାକ୍ଷୀଙ୍କ ବୟାନ ଓ ଡାକ୍ତରୀ ରିପୋର୍ଟ୍ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ସରକାରଙ୍କ ତରଫରୁ ୫ ଲକ୍ଷ ଟଙ୍କା ଦେବା ପାଇଁ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ତରଫରୁ ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button