ଓଡିଶା

ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଞ୍ଜନଗର/ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଏକାକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରସନ୍ନ ସ୍ୱାଇଁଙ୍କ ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ବାସଭବନ ଓ ୩ ମହଲା ଘର, ଭଞ୍ଜନଗରରେ ଥିବା ୩ ମହଲା ଘର, ନିର୍ମାଣାଧାନ ଦୁଇମହଲା ଘର, ବ୍ରହ୍ମପୁରର ତୁଳସୀନଗରରେ ଥିବା ୪ମହଲା ଘର, ଭଞ୍ଜନଗରର ଅଫିସ୍ ଦୁଇ ସଂପର୍କୀୟଙ୍କ ଘର ଓ ପୈତୃକ ଘର ଭଞ୍ଜନଗର ଥାନା ଅନ୍ତର୍ଗତ ଲୁଡ଼ୁଲୁଡ଼ି ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ପ୍ରସନ୍ନଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଟିମ୍ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ଉ କରିଛନ୍ତି। ଏହି ଭିଜିଲାନ୍ସ ଚଢ଼ଉରେ ୭ ଜଣ ଡିଏସପି ଓ ୫ ଜଣ ଏଏସ ଆଇ ଓ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button