ଶିକ୍ଷା

ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି, ଆସନ୍ତା ୩୦ ସୁଦ୍ଧା ସିସିଟିଭି ସ୍ଥିତି ଜଣାଇବାକୁ ସବୁ କଲେଜକୁ ସିଏଚଏସଇର ଚିଠି

ଭୁବନେଶ୍ବର – ଯୁକ୍ତ ଦୁଇ ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ- ସିଏଚଏସଇ ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି । ପରୀକ୍ଷା ହଲ, ଲାବୋରେଟୋରୀ ଏବଂ ଷ୍ଟ୍ରଙ୍ଗରୁମରେ ପୂର୍ବରୁ ଲାଗିଥିବା ସିସିଟିଭି କ୍ୟାମେରା କାମ କରୁଛି ନା ନାହିଁ ତାହା ଯାଞ୍ଚ କରିବାକୁ ପରିଷଦ ପରୀକ୍ଷା ନିୟନ୍ତ୍ରକ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି । ଯଦି ସିସିଟିଭି ନଥିବ, ତାହାହେଲେ ତୁରନ୍ତ ଲଗାଇବାକୁ କୁହାଯାଇଛି ।

ଆସନ୍ତା ୩୦ ତାରିଖ ସୁଦ୍ଧା ସାମ୍ସ ଇ-ସ୍ପେସରେ ଉପଲବ୍ଧ ଥିବା ସିସିଟିଭି ଲିଙ୍କରେ ସମସ୍ତ ଶିକ୍ଷାନୁଷ୍ଠାନ ସିସିଟିଭି ଷ୍ଟାଟସ ଅପଡେଟ୍ କରିବାକୁ କୁହାଯାଇଛି । ଯେଉଁ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସିସିଟିଭି ସ୍ଥିତି ଜଣାଇବାରେ ବିଫଳ ହେବେ, ସମ୍ପୃକ୍ତ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ପାଇଁ ଆଡମିଟ୍ କାର୍ଡ ଡାଉନଲୋଡ୍ ଲିଙ୍କ ପ୍ରଦାନ କରାଯିବ ନାହିଁ । ସେହିପରି ପରୀକ୍ଷା ପରିଚାଳନା ହବ୍ ଭା‌ବେ ଘୋଷିତ ସ୍ବୟଂଶାସିତ ମହାବିଦ୍ୟାଳୟ ଗୁଡ଼ିକୁ ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button