ଓଡିଶା
ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସର ପକ୍ଷରୁ ରେଡ୍ କରାଯାଇଛି। ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ଏକ ଶ୍ମଶାନ ଗୃହ ବିଲ କରାଇବା ପାଇଁ ପ୍ରତାପ କାଣ୍ଡିଙ୍କଠୁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ଲାଞ୍ଚ ନେବାବେଳେ ରେଡ୍ ହ୍ୟାଣ୍ଡରେ ଧରିଛି ଭିଜିଲାନ୍ସ । କନିଷ୍ଠ ଯନ୍ତ୍ରୀଙ୍କ ସହ ତାଙ୍କର ଜଣେ ସହଯୋଗୀ ମଧ୍ୟ ଧରାପଡିଛନ୍ତି ।