ଦେଶ ବିଦେଶ
ଭାରସାମ୍ୟ ହରାଇ ୨୫୦ ମିଟର ତଳକୁ ଖସିଲା ବସ; 36 ମୃତ – Utkal Mail
ଶ୍ରୀନଗର: ଜମ୍ମୁ-କଶ୍ମୀରରେ ଭୟଙ୍କର ସଡକ ଦୁର୍ଘଟଣା । କିସ୍ତଓ୍ବାଡା ରୁ ଜମ୍ମୁ ଅଭିମୁଖେ ଯାଉଥିବା ଏକ ବସ୍ ଆଜି ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ବସ୍ଟି ଡୋଡା ଜିଲ୍ଲାର ଡୁଙ୍ଗଲ ଅଞ୍ଚଳ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ପ୍ରାୟ ୨୫୦ ମିଟର ଖାଇକୁ ଖସି ପଡ଼ିଛି । ଘଟଣାରେ ପ୍ରାୟ ୩୬ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି ।
#WATCH | At least five people died in a bus accident in Assar region of Doda in J&K. Injured shifted to District Hospital Kishtwar and GMC Doda. Details awaited. pic.twitter.com/vp9utfgCBR
— ANI (@ANI) November 15, 2023
ଖବରପାଇ ଘଟଣାସ୍ଥଳରେ ପୋଲିସ୍ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଦୁର୍ଘଟଣାରେ ଅନ୍ୟ ଆହତ ଯାତ୍ରୀଙ୍କୁ ବସ ଭିତରୁ ବାହାର କରି ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି ।