ଦିଲ୍ଲୀ-ଏନସିଆରରେ ଭୂମିକମ୍ପ: ଶାନ୍ତ ଓ ସତର୍କ ରହିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ: ସୋମବାର ପ୍ରତ୍ୟୁଷରେ ଦିଲ୍ଲୀ-ଏନସିଆର ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହେବା ପରେ ପରେ ଦିଲ୍ଲୀବାସୀ ଶାନ୍ତ ରହିବା ସହିତ ସମ୍ଭାବ୍ୟ ପରବର୍ତ୍ତୀ ଝଟକା ପାଇଁ ସତର୍କ ରହିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରାମର୍ଶ ଦେଇଛନ୍ତି। ଏହାସହିତ ଦିଲ୍ଲୀ ଏବଂ ନିକଟବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଶାନ୍ତ ରହିବା ଏବଂ ସୁରକ୍ଷା ସତର୍କତା ପାଳନ କରିବାକୁ ସେ ଅନୁରୋଧ କରିଛନ୍ତି।
ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି କହିଛି ଯେ ଦିଲ୍ଲୀ-ଏନସିଆରର କିଛି ଅଂଶରେ ୪.୦ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। କୌଣସି କ୍ଷୟକ୍ଷତି କିମ୍ବା ଆହତ ହେବାର କୌଣସି ରିପୋର୍ଟ ହସ୍ତଗତ ହୋଇନାହିଁ।
ସୋସିଆଲ ମିଡ଼ିଆ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପୋଷ୍ଟରେ କହିଛନ୍ତି ଯେ ଦିଲ୍ଲୀ ଏବଂ ନିକଟବର୍ତ୍ତୀ ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହୋଇଛି। ସମସ୍ତଙ୍କୁ ଶାନ୍ତ ରହିବା ଏବଂ ସୁରକ୍ଷା ସତର୍କତା ପାଳନ କରିବାକୁ ଅନୁରୋଧ, ସମ୍ଭାବ୍ୟ ପରବର୍ତ୍ତୀ ଝଟକା ପାଇଁ ସତର୍କ ରହିବା ଉଚିତ। କର୍ତ୍ତୃପକ୍ଷ ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି।
ଏଠାରେ ସୂଚନା ଯୋଗ୍ୟ ଯେ ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୪.୦ ରେକର୍ଡ ହୋଇଛି। ଆଜି ସକାଳ ୫ଟା ୩୬ରେ ଦିଲ୍ଲୀର ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିଲା। ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପକାଇ ଆସିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।