ଓଡିଶା

୫-ଟି ସଚିବଙ୍କ ପୁରୀ, କୋଣାର୍କ ଓ କାକଟପୁର ପରିଦର୍ଶନ: ମା’ ମଙ୍ଗଳା ପୀଠର ଉନ୍ନତିକରଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ସକାଳେ ପୁରୀ କୋଣାର୍କ ଓ କାକଟପୁର ଗସ୍ତରେ ଯାଇ ବିଭିନ୍ନ ବିକାଶ କାମ ବୁଲି ଦେଖିବା ସହ ମା ମଙ୍ଗଳାଙ୍କ ପୀଠର ଉନ୍ନତିକରଣ ସମ୍ପର୍କରେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ ।

ଜଗନ୍ନାଥ ସଂସ୍କୃତି ରେ ମା ମଙ୍ଗଳାଙ୍କ ପୀଠ ର ସ୍ଵତନ୍ତ୍ର ମହତ୍ତ୍ୱ ରହିଛି । ବିଶେଷ କରି ନବକଳେବର ସମୟରେ ଦାରୁ ଅନ୍ୱେଷଣ କାର୍ଯ୍ୟ ମାଆଙ୍କ ନିର୍ଦ୍ଦେଶ ରେ କରଯାଇଥାଏ ବୋଲି ବିଶ୍ବାସ ରହିଛି । ଏତଦବ୍ୟତୀତ ଓଡ଼ିଶାର ପ୍ରମୂଖ ଶକ୍ତି ପୀଠ ଭାବରେ ମା ମଙ୍ଗଳା ପୀଠ ଓଡ଼ିଶାର ଘରେ ଘରେ ପରିଚିତ । ପ୍ରତିଦିନ ହଜାର ହଜାର ଭକ୍ତ ମା ଙ୍କ ଦର୍ଶନ ପାଇଁ କାକଟପୁର ଆସିଥାନ୍ତି । ତେଣୁ 5T ଉପକ୍ରମ ରେ ଏ ପୀଠର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଗସ୍ତ ଅବସରରେ ପାଣ୍ଡିଆନ୍ ମଙ୍ଗଳା ପୀଠର ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ପୀଠର ଉନ୍ନତିକରଣ ବିଷୟରେ ଆଲୋଚନା କରିଥିଲେ ।

ମନ୍ଦିର ଜଳନିଷ୍କାସନ, ପାର୍କିଂ ଯାତ୍ରୀଙ୍କ ସୁବିଧା ପ୍ରାଚୀ ନଦୀ ଘାଟ ର ଉନ୍ନତିକରଣ ଆଦି ପାଇଁ ପଦକ୍ଷେପମାନ ଗ୍ରହଣ କରାଯିବ ।

ଏଥି ନିମନ୍ତେ ସେବାୟତ ସ୍ଥାନୀୟ ଲୋକ ଓ trustee ମାନଙ୍କ୍ ସହ ଆଲୋଚନା କରି ବିସ୍ତ୍ରୁତ ଯୋଜନା ପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବା ନିର୍ଦ୍ଦେଶ ଦେଇଥିଲେ. ଏହା ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ .OBCC ଏହି ଯୋଜନା ପ୍ରସ୍ତୁତ କରିବ ।

ପୂର୍ବରୁ ଶ୍ରୀ ପାଣ୍ଡିଆନ୍ ପୁରୀ ରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରି ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ .ସେଠାରୁ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ teaching hospital ନିର୍ମାଣ କାମ ବୁଲି ଦେଖିଥିଲେ ଓ ଅଗ୍ରଗତି ର ସମୀକ୍ଷା କରିଥିଲେ ।

2023 ଜୁନ ସୁଦ୍ଧା teaching hospital କାମ ଶେଷ ହେବ ବୋଲି ସମୀକ୍ଷା ରୁ ଜଣାଯାଇଛି । ପରେ କୋଣାର୍କ ଯାଇ 5T ସଚିବ ପାଣ୍ଡିଆନ୍ ଚନ୍ଦ୍ରଭାଗା ବେଳାଭୂମି ବିକାଶ କାମ, କୋଣାର୍କ ଚନ୍ଦ୍ରଭାଗା ରାଜ୍ୟ ରାଜପଥର ସମ୍ପ୍ରସାରଣ ଓ ନୂଆ ରିଂ ରୋଡ କାମ ଅନୁଧ୍ୟାନ କରିଥିଲେ ।

କାମର ଅଗ୍ରଗତି ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T  ପାଣ୍ଡିଆନ୍ ସମୀକ୍ଷା କରିଥିଲେ । କୋଣାର୍କ ଚନ୍ଦ୍ରଭାଗା ରାଜପଥ ସମ୍ପ୍ରସାରଣ କାମ 2023 ଏପ୍ରିଲ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

5T ସଚିବ ଙ୍କ ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ,ଏସପି, ତଥା ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button