ଓଡିଶା

ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା

CM Naveen Patnaik: ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ।

ଆମ ରାଜ୍ୟରେ ଥିବା ୭,୨୦୦ଟି ଭାଗବତ ଟୁଙ୍ଗୀ ଗୁଡିକକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ ଟୁଙ୍ଗୀ ଗୁଡିକର ବିକାଶ କାର୍ଯ୍ୟ କରାଯିବ।

ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି।

ସୂଚନାଯୋଗ୍ୟ ଯେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଅନେକ ଥର ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେବାୟତମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତାଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ସେବାୟତମାନଙ୍କ କଲ୍ୟାଣ ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି।

ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥଙ୍କ ସେବାୟତ ଓ ତାଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।

ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା NEET, JEE ଓ Civil Service Coaching ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button