ଓଡିଶା

Heat Wave: ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ଆହୁରି ବଢିବ ତାପମାତ୍ରା

Heat Wave: ଆଗାମୀ ୫ ଦିନ ପର୍ଯ୍ୟନ୍ତ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୭ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଆହୁରି ବଢିବ ତାପମାତ୍ରା। ୪୩ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ବଲାଙ୍ଗୀର, ଟିଟଲାଗଡ଼, ବୌଦ୍ଧରେ ସବୁଠୁ ଅଧିକ ତାପମାତ୍ରା ଅନୁଭୂତ ହେବା ନେଇ ଆକଳନ କରିଛି ବିଭାଗ। ଆଗାମୀ ୫ଦିନ ଯାଏ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ। ନିର୍ବାଚନ ପ୍ରଚାର ଓ ରାଲିଠୁ ନେଇ ଅତ୍ୟଧିକ ଗହଳିଆ ସ୍ଥାନରୁ ଦୁରେଇ ରହିବାକୁ ଆଲର୍ଟ ଜାରି କଲା ବିଭାଗ।

ସାଧାରଣ ଲୋକ, ଗର୍ଭବତୀ ମହିଳା, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ଖରାର ପିକ ସମୟ ୧୧ରୁ ୩ଟା ଯାଏ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସିଧା ସଳଖ ସୂର୍ଯ୍ୟକିରଣରେ ଆସିଲେ ବିଶେଷ ଅସୁବିଧାର ସମ୍ଭାବନା ହେବେ। ଅଧିକ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅତ୍ୟଧିକ ଖରରୁ ଦୂରେଇ ରହିବା ଆବଶ୍ୟକ। ଶୋଷ ନହେଲେ ବି ଯଥେଷ୍ଟ ପାଣି ପିଇବା ଉଚିତ।

ଦିନ ତାପମତ୍ର ସବୁଠୁ ଅଧିକ ୪୦.୫ ଡିଗ୍ରୀ ରେକର୍ଡ କରାଯାଇଛି ପାରଳା ଖେମୁଣ୍ଡିରେ। ଆଉ ୧୦ ସହରରେ ୩୯ରୁ ଅଧିକ ତାପମତ୍ର ରେକର୍ଡ ହୋଇଛି। ରାଜ୍ୟରେ ଶୁଷ୍କ ବାୟୁ ପ୍ରବେଶ କରୁଛି। ତେଣୁ ତାପମତ୍ର ଆଉ ୫ ଦିନ ପର୍ଯ୍ୟନ୍ତ ବଢିବ।

ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଉତ୍ତାପ ତରଙ୍ଗ ପାଇଁ ଆମେ ଚେତାବନୀ ଦେଇଛୁ। ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନ ଭାଗରେ ପଶ୍ଚିମ ଏବଂ ଉତ୍ତର-ପଶ୍ଚିମରୁ ରାଜ୍ୟକୁ ପ୍ରବେଶ କରୁଥିବା ଶୁଖିଲା ବାୟୁ ଏବଂ ସୂର୍ଯ୍ୟକିରଣର ତୀବ୍ରତା ଗରମ ବୃଦ୍ଧିରେ ସହାୟକ ହେଉଛି ବୋଲି ଆଇଏମଡି ଭୁବନେଶ୍ୱରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button