ଶିକ୍ଷା

ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟକୁ ନେଇ ଆସିଛି ବଡ଼ ଅପଡେଟ୍

Plus 2 Result 2024: ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟକୁ ନେଇ ଆସିଛି ବଡ଼ ଅପଡେଟ୍ । ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାର ଫଳ ।

କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୌଣସି ସୂଚନା ମିଳି ନାହିଁ। କିନ୍ତୁ ଏକ ସମୟରେ କଳା, ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗର ଫଳାଫଳ ଜାରି କରାଯିବ ବୋଲି ଜଣାପଡ଼ିଛି ।

ଚଳିତ ମାସ ୧୫ ତାରିଖ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSC) ପକ୍ଷରୁ ଯୋଜନା କରାଯାଇଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ଯୋଜନା ଫଳପ୍ରଦ ହେଲା ନାହିଁ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁନ୍ ମାସ ପୂର୍ବରୁ ରେଜଲ୍ଟ ପ୍ରକାଶ କରିବାକୁ ବିଭାଗ ନିସ୍ପତ୍ତି ନେଇଛି।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ଚଳିତ ଥର ୨ଟି ପର୍ଯ୍ୟାୟରେ ଖାତା ଦେଖା ହୋଇଥିବା ବେଳେ ସହ ସାଧାରଣ ନିର୍ବାଚନ ପାଇଁ ପରୀକ୍ଷା ଫଳାଫଳ ପ୍ରସ୍ତୁତି ପ୍ରଭାବିତ ହୋଇଛି।

ଏହା ମଧ୍ୟର ସିବିଏସଇ ଓ ସିଆଇଏସସିଇ ବୋର୍ଡ ଅଧିରେ ଥିବା ସ୍କୁଲମାନଙ୍କରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳାଫଳ ପ୍ରକାଶ ପାଇସାରିଛି । ତେଣୁ, ସିଏଚଏସଇ ଅଧିନରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି ।

ଚଳିତ ବର୍ଷ ମୋଟ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଚଳିତ ବର୍ଷ ସମୁଦାୟ ୨୭ ଲକ୍ଷ ଖାତା ମୂଲ୍ୟାୟନ କରାଯାଇଛି। ଗ୍ରୀଷ୍ମ ପ୍ରବାହ ପାଇଁ ଖାତା ଦେଖାରେ ବିଳମ୍ବ ହୋଇଥିଲା।

ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୨ରେ ସରିବାକୁ ଥିବା ବେଳେ ଏହା ୪ ଦିନ ବିଳମ୍ବରେ ଶେଷ ହୋଇଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ ୨୦ ବଦଳରେ ତାହା ୨୨ ତାରିଖରେ ଶେଷ ହୋଇଥିଲା। ଚଳିତ ବର୍ଷ ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦା ମୂଳକ ଶିକ୍ଷାର ଫଳ ପ୍ରକାଶ ପାଇବ।

Related Articles

Leave a Reply

Your email address will not be published. Required fields are marked *

Back to top button