ଓଡିଶା

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି : ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭାରତୀୟ ଜନତା ପାର୍ଟିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ତାଙ୍କର ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ୩୦ ତାରିଖରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରକୁ ଯିବେ। ଏହାପରେ ଅକ୍ଟୋବର ୧ରେ ଚାଇଁବାସାର କୋଲ୍‌ହାନ୍‌ କୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button