ଓଡିଶା

ଭତ୍ତା ଟଙ୍କାକୁ ନେଇ ବଡ ଅପଡେଟ୍, ୩୦୦୦ ଟଙ୍କାକୁ ହେବ ବୃଦ୍ଧି

ଭତ୍ତା ଟଙ୍କାକୁ ନେଇ ବଡ ଅପଡେଟ୍ । ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତା ଟଙ୍କା । ଏନେଇ ଘୋଷଣା କରିଛନ୍ତି ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ କେଉଁ ବର୍ଗର ଭତ୍ତା ବଢାଯିବ ସେନେଇ କୌଣସି ନିର୍ଦ୍ଦଷ୍ଟ ସୂଚନା ମିଳିନାହିଁ କିନ୍ତୁ ଖୁବ ଶୀଘ୍ର ଏହି ସୂଚନା ମିଳିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ମନ୍ତ୍ରୀ। ଏହା ସହ ଭତ୍ତା ବୃଦ୍ଧରେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ମଧ୍ୟ ସୂଚନା ଦେଇଛନ୍ତି ମନ୍ତ୍ରୀ ।

ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି । ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ ଏନେଇ ସହ ଆଲୋଚନା ଜାରି ରହିଛି । ଆଲୋଚନା ପରେ କେଉଁ ବର୍ଗର ଭତ୍ତାକୁ ବୃଦ୍ଧି କରାଯିବ ସେନେଇ ସ୍ପଷ୍ଟ କରାଯିବ। ନିର୍ବାଚନ ସମୟରେ ମାନିଫେଷ୍ଟୋରେ ଯେଉଁ ସୂଚନା ଦିଆଯାଇଥିଲା ଦେଇଥିଲା ତାକୁ ପୂରଣ କରିବାକୁ ଯାଉଛି ବୋଲି ସେ କୁହିଛନ୍ତି।

ସୂଚନାମୁତାବକ ରାଜ୍ୟରେ ପୂର୍ବତନ ବିଜେଡି ସରକାର ଜାତୀୟ ସାମାଜିକ ସୁରକ୍ଷାରୁ ବଞ୍ଚିତ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ଅଧିନରେ ଭତ୍ତା ପ୍ରଦାନ କରୁଥିଲେ । ଏହି ଯୋଜନାରେ ରାଜ୍ୟର ବିଭିନ୍ନ ବର୍ଗର ୫୬ ଲକ୍ଷ ୭୬ ହଜାର ୯୧୬ ଜଣଙ୍କୁ ଭତ୍ତା ଦିଆଯାଉଛି । ଗତ ଫେବୃଆରୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ ଟଙ୍କା ଭତ୍ତା ବୃଦ୍ଧି କରିଥିଲେ । ଏହାପରେ ହିତାଧିକାରୀମାନେ ସର୍ବନିମ୍ନ ଭତ୍ତା ରାଶି ୧୦୦୦ ଟଙ୍କା ପାଉଥିଲେ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button