ଓଡିଶା

Weather Update:ରାଜ୍ୟରେ ଆହୁରି ୩ ଦିନ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ଟିକିଏ ଛାଡ଼ୁଛି ପୁଣି କାଚୁଛି। ରାଜ୍ୟରେ ବର୍ଷାର ସ୍ଥିତିକିଛି ଏପରି ଲାଗି ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।ତେବେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ଥିବା ବେଳେ କିଛି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଭଦ୍ରକ, ବାଲେଶ୍ୱର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା କାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ,ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button