ଓଡିଶା

ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା, ପୋଲିସ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା

ପୁରୀ : ଆଜି ଶ୍ରୀକ୍ଷେତ୍ର ଭଉଁରୀ । ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସମ୍ପର୍ଣ୍ନ ହେବ ।  ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ ।  ତିନି ରଥରେ ଯୋଡ଼ା ହେବ ଚକ-ଅଖ ।  ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ ।

ଯାହାକୁ ଚକଅଖ ଡେରା ନୀତି କୁହନ୍ତି ।  ତିନିବାଡର ପୂଜାପଣ୍ଡା ସକାଳଧୁପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବେ ଓ ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିବ ।  ତେବେ ଆଜି ଭଉଁରୀ ପାଇଁ ଶ୍ରୀମନ୍ଦିରରେ ନୀତିକାନ୍ତି ଚୂଡାନ୍ତ ହୋଇଛି ।  ପ୍ରାତଃ ୩ଟାରେ ସିଂହଦ୍ଵାର ଫିଟାଯାଇ ମଙ୍ଗଳଆଳତୀ,ମଇଲମ,ଅବକାଶ ଇତ୍ୟାଦି ନୀତି ବଢିବା ପରେ ୭.୩୦ରୁ ୯ଟା ମଧ୍ୟରେ ସକାଳଧୂପ ଶେଷ ହୋଇ୯.୩୦ରେ ରଥଖଳା ନିକଟକୁ ଆଜ୍ଞାମାଳ ବିଜେ ହେବ ।

ସେପଟେ ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଗତବର୍ଷ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଜଳକ୍ରୀଡା ସମୟରେ ବାଣ ଵିଷ୍ପୋରଣରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଜୀବନ ଯାଇଥିବା ବେଳେ ଚଳିତବର୍ଷ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି ।  ଭଉଁରୀ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ଶ୍ରୀମନ୍ଦିର, ଶ୍ରୀମନ୍ଦିର କାର୍ଯ୍ୟାଳୟ ଓ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟାପକ ଫୋର୍ସ ମୁତୟନ କରାଯିବ ।

ଏଥିସହ ଅଗ୍ନିଶମ ବାହିନୀ ଓ ଲାଇଫଗାର୍ଡକୁ ମଧ୍ୟ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟପକ ମାତ୍ରାରେ ମୁତୟନ କରାଯିବାର ବ୍ୟବସ୍ତା କରାଯାଇଛି ।  ତେବେ ପ୍ରତ୍ୟକଟି ସୁରକ୍ଷା ବ୍ୟବସ୍ଥାର ଟିଖନିଖ୍ ଅନୁଧ୍ୟାନ କରିଛନ୍ତି ପୁରୀ ଏସପି ବିନୀତ ଅଗ୍ରୱାଲ ।

Related Articles

Leave a Reply

Your email address will not be published. Required fields are marked *

Back to top button