ରାଶିଫଳ

ଶୁକ୍ରବାର 29 ନଭେମ୍ବର 2019 – ଏହି ରାଶିଙ୍କୁ ମିଳିବ କର୍ମରେ ସଫଳତା ଓ ଉଚ୍ଚ ପଦବୀ

ରାଶିଫଳ ଆମ ଜୀବନ ର ଏକ ଅତ୍ୟାବଶ୍ୟକ ଅଂଶ, ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇ ଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ:-

କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ।

ବୃଷ:-

କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ। ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ଧାନ, ଗହମ, ବାଜରା, ମକା, ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ।

ମିଥୁନ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ମହିଳା ମାନଙ୍କର ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ।

କର୍କଟ:-

ଶୁଭ ସମ୍ବାଦପାଇ ଖୁସିହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ।

ସିଂହ:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମହିଳାମାନଙ୍କର ନୂତନ ସମ୍ବନ୍ଧ ସୃଷ୍ଟିହେବ ଓ ଖୁସିର ବାତାବରଣ ସ୍ଥାୟି ରହିବ।

କନ୍ୟା:-

ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ। ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ।

ତୁଳା:-

ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ।

ବିଚ୍ଛା:-

ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ନୂଆ ଚାକିରୀ ହେବାର ସୁଯୋଗ  ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ପ୍ରଶଂସା ପାଇବେ।

ଧନୁ:-

ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ, ଓ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ।

ମକର:-

ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ।

କୁମ୍ଭ:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ।

ମୀନ:-

ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରି ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button