ଓଡିଶା
ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଚିଠି

ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ପ୍ରଶାସକ ଙ୍କ ଚିଠି। ଅତିଶୀଘ୍ର ଏଏସଆଇ ତରଫରୁ ଯାଞ୍ଚ କାର୍ଯ୍ୟ ସମ୍ପନ୍ନ କରି ମରାମତି କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଅତ୍ୟାଧୁନିକ ଯନ୍ତ୍ରପାତି, ଲେଜର ସ୍କାନିଂ ଓ ଜିପିଆରଏସ୍ ଭଳି ଅତ୍ୟାଧୁନିକ ଭାବରେ ଯାଞ୍ଚ କରିବାକୁ ଅନୁରୋଧ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ନୀତିକାନ୍ତି ବ୍ୟାଘାତ ନହେବା ପାଇଁ ଛତିଶା ନିଯୋଗ ଓ ପରିଚାଳନା କମିଟି ତରଫରୁ ନୀତିର ସାରଣୀ କରାଯିବ। ଯାଞ୍ଚ ଓ ମରାମତି ପାଇଁ ପୂର୍ବରୁ ଯେଉଁ ଏସଓପି କରାଯାଇଛି, ସେହି ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରାଯିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।


