ଓଡିଶା

ଆଜିଠୁ ବିଭିନ୍ନ ଜିଲ୍ଲାର ବଢିବ ବର୍ଷା ପରିମାଣ

ଭୁବନେଶ୍ୱର – ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ବର୍ଷା ପରିମାଣ ଓ ବିସ୍ତୃତି ବଢିବା ସମ୍ଭାବନା ରହିଛି। ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଏଥିସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି ।

ଆସନ୍ତାକାଲି କେତେକ ଜିଲ୍ଲାରେ ବର୍ଷା ଓ ପବନ ଅଧିକ ବଢ଼ିବାର ସମ୍ଭାବନା ରହିଛି ।କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ କୁଆପଥର ପଡ଼ିବାର ସମ୍ଭାବନା ରହିଛି । ସେଥିପାଇଁ ଏସବୁ ଜିଲ୍ଲାଗୁଡ଼ିକ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button