ଓଡିଶା

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ହାତୀର ଜୀବନ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରେ ଏହି ଘଟଣା ଘଟିଛି। ବନ ବିଭାଗର କର୍ମଚାରୀ ପହଞ୍ଚି ହାତୀଟି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।

ଗତକାଲି ରାତିରେ ହାତୀଟି ଖାଦ୍ୟ ଅନ୍ୱେଷଣରେ ଆସିଥିଲା। ଏହି ସମୟରେ ନୂଆଗାଁ ନିକଟ ଜଙ୍ଗଲ ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀଟି ଆସିଯାଇଥିଲା।

ଘଟଣାସ୍ଥଳରେ ତାର ମୃତ୍ୟୁ ଘଟିଥିଲା।

ଆଜି ସକାଳେ ସ୍ଥାନୀୟ ଲୋକେ ଏହା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ପହଞ୍ଚି ହାତୀଟିର ମୃତଦେହ ଉଦ୍ଧାର କରିଛି। ତେବେ ଭାଲୁର ମୃତ୍ୟୁ ନେଇ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button