ଓଡିଶା

୧୭ ତାରିଖରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ, କମିଶନରେଟ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ନେଇ ଆଲୋଚନା

ସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି କମିଶନରେଟ ପକ୍ଷରୁ ପୋଲିସ ଭବନରେ ସୁରକ୍ଷା ବ୍ୟବସ୍ଥା ଉପର ଆଲୋଚନା କରାଯାଇଛି। ବ୍ଲୁ ବୁକ୍ ଅନୁସାରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା କରାଯିବ। ସୁରକ୍ଷା ବ୍ୟବସ୍ଥାକୁ କିଭଳି କଡାକଡି କରାଯିବ ତାକୁ ନେଇ ଆଲୋଚନା କରାଯିବା ସହ ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି ।

ଭୁବନେଶ୍ବର ଏୟାରପୋର୍ଟ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ବ୍ୟାରିକେଡ କରାଯିବ। ଜନତା ମଇଦାନରେ ଡଗ ସ୍କ୍ୱାଡ ମଧ୍ୟ ଚେକିଂ ଆରମ୍ଭ କରିଛନ୍ତି । ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅଧିକ ମହିଳାଙ୍କ ଭିଡ ରହିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ସହ ଅଧିକ ମହିଳା ପୋଲିସଙ୍କୁ ନିୟୋଜିତ କରାଯିବ।

କାର୍ଯ୍ୟସୂଚୀ ଅନୁଯାୟୀ ୧୭ ତାରିଖ ସକାଳ ୧୧ଟା ୩୫ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି । ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ । ସେଠାରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀ ୧୨ଟାରୁ ଦିନ ଗୋଟାଏ ଯାଏ ଉପସ୍ଥିତ ରହିବା ପରେ ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button